ହିତୋପଦେଶ 24

“ସେ ମୋʼ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି, ଏରୂପ କୁହ ନାହିଁ।”

Proverbs 24:29 (UKJV) Say not, I will do so to him as he has done to me: I will render to the man according to his work.

27ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।

28ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ।

29“ସେ ମୋʼ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି, ଏରୂପ କୁହ ନାହିଁ।”

30ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି।

31ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.