8ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?
9ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।
10ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ।
11ଯଥୋଚିତମତେ କଥିତ ବାକ୍ୟ ରୂପାପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।
12ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।