9ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।
10ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ।
11ଯଥୋଚିତମତେ କଥିତ ବାକ୍ୟ ରୂପାପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।
12ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।
13ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।