ହିତୋପଦେଶ 25

ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।

Proverbs 25:2 (UKJV) It is the glory of God to conceal a thing: but the honour of kings is to search out a matter.

1ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରି ଥିଲେ।

2ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।

3ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ।

4ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରୀ ପାଇଁ ଏକ ପାତ୍ର ବାହାର ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.