ହିତୋପଦେଶ 25

ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।

Proverbs 25:5 (UKJV) Take away the wicked from before the king, and his throne shall be established in righteousness.

3ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ।

4ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରୀ ପାଇଁ ଏକ ପାତ୍ର ବାହାର ହେବ।

5ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।

6ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି, ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ।

7କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ “ଏଠାକୁ ଆସ” ବୋଲି ତୁମ୍ଭକୁ କୁହାଯିବା ଭଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.