ହିତୋପଦେଶ 25

ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।

Proverbs 25:9 (UKJV) Debate your cause with your neighbour himself; and discover not a secret to another:

7କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ “ଏଠାକୁ ଆସ” ବୋଲି ତୁମ୍ଭକୁ କୁହାଯିବା ଭଲ।

8ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?

9ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।

10ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ।

11ଯଥୋଚିତମତେ କଥିତ ବାକ୍ୟ ରୂପାପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.