ହିତୋପଦେଶ 26

ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।

Proverbs 26:12 (UKJV) See you a man wise in his own conceit? there is more hope of a fool than of him.

10ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ।

11ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।

12ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।

13ଅଳସୁଆ କହେ, “ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।”

14ଯେପରି କବ୍‍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.