15ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ।
16ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ।
17ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
18ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;
19ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, “ମୁଁ କʼଣ କୌତୁକ କରୁ ନାହିଁ?” ସେ ସେପରି।