20କାଷ୍ଠ ଶେଷ ହେଲେ ଅଗ୍ନି ଲିଭିଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।
21ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।
22କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
23ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ୟ।
24ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।