23ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ୟ।
24ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।
25ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତୋଟି ଘୃଣ୍ୟ ବିଷୟ ଥାଏ।
26ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ।
27ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।