ହିତୋପଦେଶ 26

ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।

Proverbs 26:3 (UKJV) A whip for the horse, a bridle for the ass, and a rod for the fool's back.

1ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ।

2ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।

3ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।

4ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ।

5ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.