6ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ।
7ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ ବାକ୍ୟ।
8ଯେପରି ପ୍ରସ୍ତରରାଶିରେ ମଣିର ଥଳୀ, ସେପରି ସେ, ଯେ ମୂର୍ଖକୁ ସମ୍ମାନ ଦିଏ।
9ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି।
10ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ।