14ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।
15ଭାରୀ ବୃଷ୍ଟି ଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି।
16ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।
17ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
18ଯେକେହି ଡିମ୍ବିରିବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।