17ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
18ଯେକେହି ଡିମ୍ବିରିବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।
19ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ।
20ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ।
21କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ।