ହିତୋପଦେଶ 27

ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।

Proverbs 27:2 (UKJV) Let another man praise you, and not yours own mouth; a stranger, and not yours own lips.

1ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।

2ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।

3ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।

4କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.