22ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।
23ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।
24କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ?
25ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ।
26ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।