ହିତୋପଦେଶ 27

ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ।

Proverbs 27:25 (UKJV) The hay appears, and the tender grass shows itself, and herbs of the mountains are gathered.

23ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।

24କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ?

25ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ।

26ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।

27ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.