6ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ।
7ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।
8ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।
9ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।
10ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।