ହିତୋପଦେଶ 27

ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।

Proverbs 27:9 (UKJV) Ointment and perfume rejoice the heart: so does the sweetness of a man's friend by hearty counsel.

7ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।

8ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।

9ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।

10ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।

11ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋʼ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.