21ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।
22କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।
23ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।
24ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାର କର ସଙ୍ଗୀ।
25ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।