ହିତୋପଦେଶ 28

ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଲାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।

Proverbs 28:3 (UKJV) A poor man that oppresses the poor is like a sweeping rain which left no food.

1କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।

2ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।

3ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଲାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।

4ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।

5ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.