17ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।
18ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ।
19କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ।
20ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
21ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।