ହିତୋପଦେଶ 29

ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।

Proverbs 29:23 (UKJV) A man's pride shall bring him low: but honour shall uphold the humble in spirit.

21ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ।

22କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।

23ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।

24ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।

25ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.