ହିତୋପଦେଶ 29

ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।

Proverbs 29:3 (UKJV) Whoso loves wisdom rejoices his father: but he that keeps company with harlots spends his substance.

1ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।

2ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।

3ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।

4ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ।

5ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.