18ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।
19ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ।
20ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଚ୍ଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ।
21ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର।
22ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ।