28ଆପଣା ନିକଟରେ ଦ୍ରବ୍ୟ ଥିଲେ, ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବା ଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ।
29ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ।
30ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ।
31ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ।
32କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ।