ହିତୋପଦେଶ 3

କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ।

Proverbs 3:32 (UKJV) For the perverse is abomination to the LORD: but his secret is with the righteous.

30ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ।

31ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ।

32କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ।

33ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି।

34ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.