8ଅସାରତା ଓ ମିଥ୍ୟା କଥା ମୋʼ ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋʼ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।
9ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।
10ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ।
11ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
12ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।