ହିତୋପଦେଶ 30

ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।

Proverbs 30:17 (UKJV) The eye that mocks at his father, and despises to obey his mother, the ravens of the valley shall pick it out, and the young eagles shall eat it.

15ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି “ଦିଅ, ଦିଅ।” ତିନୋଟି ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, “ଯଥେଷ୍ଟ ହେଲା।”

16ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି, ଓ ଅଗ୍ନି ଯେ କହେ ନାହିଁ, ଯଥେଷ୍ଟ ହେଲା।

17ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।

18ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।

19ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.