ହିତୋପଦେଶ 30

ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍‍, ପୁଣି, ମୋʼ ଠାରେ ମନୁଷ୍ୟର ବିବେଚନା ନାହିଁ।

Proverbs 30:2 (UKJV) Surely I am more brutish than any man, and have not the understanding of a man.

1ଯାକିର ପୁତ୍ର ଆଗୁରର କଥା: ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍‍, ଈଥୀୟେଲ ଓ ଉକଲକୁ କହେ:

2ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍‍, ପୁଣି, ମୋʼ ଠାରେ ମନୁଷ୍ୟର ବିବେଚନା ନାହିଁ।

3ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋʼ ଠାରେ ନାହିଁ।

4କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.