ହିତୋପଦେଶ 31

ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।

Proverbs 31:19 (UKJV) She lays her hands to the spindle, and her hands hold the distaff.

17ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।

18ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।

19ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।

20ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।

21ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.