24ସେ ସୂକ୍ଷ୍ମ ବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
25ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
26ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।
27ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।
28ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;