28ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
29“ଅନେକ କନ୍ୟା ଗୁଣ ଦେଖାଇଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।”
30ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
31ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।