6ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
7ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।
8ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
9ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
10ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।