9ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।”
10ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।
11ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।
12ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।
13ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।