12ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।
13ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।
14କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟ ଲୋକମାନଙ୍କ ବାଟରେ ଚାଲ ନାହିଁ।
15ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।
16ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।