1ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର।
2ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ।
3ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି।
4ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।
5ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।