ହିତୋପଦେଶ 5

ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,

Proverbs 5:11 (UKJV) And you mourn at the last, when your flesh and your body are consumed,

9କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;

10କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆଯିବ;

11ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,

12ଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!

13ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.