ହିତୋପଦେଶ 5

ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।

Proverbs 5:17 (UKJV) Let them be only yours own, and not strangers' with you.

15ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।

16ତୁମ୍ଭର ନିର୍ଝର କʼଣ ବାହାରେ ଏଣେତେଣେ ବିସ୍ତାରିତ ହେବ? ଓ ରାଜଦାଣ୍ଡରେ କʼଣ ଜଳସ୍ରୋତ ବହିଯିବ?

17ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।

18ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।

19ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.