20ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?
21ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।
22ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।
23ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ।