2ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।
3ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।
4କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।
5ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇଯାଏ; ତାହାର ପାଦ ସିଧା କବରରେ ପଡ଼େ;
6ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।