9ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?
10ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
11ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
12ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ;
13ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;