16ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
17ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
18ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
19ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।
20ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।