1ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ,
2ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ।
3ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର।
4ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ।