27କେହି ଯେବେ ଆପଣା ବକ୍ଷସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ?
28ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କʼଣ ଫୋଟକା ହେବ ନାହିଁ?
29ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।
30ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ।
31ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।