31ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।
32ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣନାଶ କରିବ, ସେ ହିଁ ତାହା କରେ।
33ସେ ଆଘାତ ଓ ଅପମାନ ପାଇବ; ପୁଣି, ତାହାର କଳଙ୍କ ମାର୍ଜିତ ହେବ ନାହିଁ।
34ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ।
35ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ।