6ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।
7ତାହାର ବିଚାରକର୍ତ୍ତା କିମ୍ବା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
8ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।
9ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?
10ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,