12ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସିଥାଏ।
13ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ ମୁଖରେ ତାହାକୁ କହିଲା
14“ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।
15ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।
16ମୁଁ ସୁଜନୀ ଓ ମିସରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇଅଛି।