ହିତୋପଦେଶ 7

ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।

Proverbs 7:25 (UKJV) Let not yours heart decline to her ways, go not astray in her paths.

23ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।

24ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋʼ ମୁଖର ବାକ୍ୟରେ ମନୋନିବେଶ କର।

25ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।

26ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇଅଛି, ହଁ, ତାହାର ହତ ଲୋକସକଳ ଅପାର।

27ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.