2ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର।
3ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।
4ଜ୍ଞାନକୁ କୁହ, “ତୁମ୍ଭେ ମୋହର ଭଗିନୀ,” ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ।
5ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।
6ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;